Onn 3

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

Religion and Cult State

 

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ ।

ଆଜି ଶ୍ରୀମନ୍ଦିରରେ ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜିତ କରାଯିବ । ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ଏହି ବେଶ ରହିବ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସ୍ଵର୍ଣ୍ଣ ଅଳଙ୍କାର ବିଭୂଷିତ କରାଯିବ। ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ । ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାବନ ବେଶ ଶହ ଶହ ବର୍ଷ ବର୍ଷ ଧରି ଅନୁଷ୍ଠିତ ହୋଇ ଆସୁଛି ।