Onn 3

ନୂଆଗାଁର ହୁଟୁବସାହି ରାସ୍ତା କାଦୁଅ ପଚ-ପଚ

State

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବିଜାତଳା ବ୍ଲକ ମାଣିକପୁର ପଞ୍ଚାୟତର ନୂଆଗାଁର ହୁଟୁବ ସାହି l ମାତ୍ର ଆଦିବାସୀ ବହୁଳ ଏହି ସାହି ଟି ଏବେ ମଧ୍ୟ ବିକାଶଠାରୁ ଅନେକ ଦୂରରେ ରହିଅଛି l ବର୍ତ୍ତମାନର ବର୍ଷା ଦିନରେ ଗାଁ ଲୋକମାନେ ଯିବା ଆସିବା ପାଇଁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି l ବିଶେଷ କରି ନୂଆଗାଁର ହୁଟୁବସାହି ଗାଁ ମୁଣ୍ଡ ବର୍ଷା ଯୋଗୁଁ ରାସ୍ତାଟି କାଦୁଆ ପଚ ପଚ ଓ ଖାଲି ଗାଲରେ ପାଣି ଭର୍ତ୍ତି l

ଯାହାଫଳରେ ସାଧାରଣ ଲୋକମାନଙ୍କ ଯିବା ଆସିବାରେ ନାହିଁ ନ ଥିବା ଅସୁବିଧା ହେଉଛି । ବିଶେଷ କରି ସ୍କୁଲ, କଲେଜରମାନେ ଛାତ୍ରଛାତ୍ରୀମାନେ ଦୈନିକ ଯିବାଆସିବା ପାଇଁ ହଇରାଣ ହରକତ ହେଉଛନ୍ତି। ବର୍ଷା ଯୋଗୁଁ ରାସ୍ତା ସଂପୂର୍ଣ୍ଣ ଖରାପ୍ ହୋଇଯାଇଛି। ରୋଗୀ ଏବଂ ଗର୍ଭବତୀ ମହିଳାମାନେ ଡ଼ାକ୍ତର ଖାନା ଯିବା ପାଇଁ ନାହିଁ ନଥିବା ହଇରାଣ ହରକତ ହେଉଛନ୍ତି। ଏହି ରାସ୍ତାରେ ସ୍ଥାନୀୟ ଲୋକମାନେ ଯେପରି ସୁରୁଖୁରୁରେ ଯିବା ଆସିବା କରି ପାରିବେ, ସେଥିପାଇଁ ବ୍ଳକ ଓ ପଂଚାୟତ ପ୍ରଶାସନ ତରଫରୁ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି l