ସେପଟେ ଏହି ଦୁର୍ଘଟଣା ଘଟିବା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଥିଲା । କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି । ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡି ମଟର ଅଟକି ରହିଛି । ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।