ସୂଚନାଯୋଗ୍ୟ ଯେ ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତ କଟକର ଡଗରପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ। ସାଧୀନତା ସଂଗ୍ରାମରେ ଯୋଗ ଦେଇ ସେ କାରାବରଣ କରିଥିଲେ। ପରେ ସମାଜବାଦୀ ଆନ୍ଦୋଳନରେ ଯୋଗ ଦେଇ ଦଳିତ, ଶ୍ରମିକ ଓ ମଜ୍ଦୁରମାନଙ୍କ ସ୍ୱାର୍ଥ୍ୟର ସୁରକ୍ଷା ପାଇଁ ଜୀବନବ୍ୟାପି ସଂଗ୍ରାମ କରିଥିଲେ। ତାଙ୍କ ନାଁରେ ଲାଇବ୍ରେରୀ ପ୍ରତିଷ୍ଠା ଦ୍ୱାରା ସ୍ୱର୍ଗତ ପଣ୍ଡିତଙ୍କର ସ୍ମୃତିକୁ ଉପଯୁକ୍ତ ସମ୍ମାନ ମିଳିବା ସହିତ ତାଙ୍କ ଅବଦାନ ସମ୍ପର୍କରେ ଜନସାଧାରଣ, ବିଶେଷକରି ଯୁବସମାଜ ଅବଗତ ହେବା ସହିତ ଅନୁପ୍ରାଣିତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।