ଓଡିଶା ଆଜି ରୂପାନ୍ତର ପଥରେ ସଫଳତା ସହ ଆଗେଇ ଚାଲିଛି। ଫାଇଭ୍ ଟି ଉପକ୍ରମ ପ୍ରୟୋଗରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନା ଆଜି ସାରା ଦେଶ ପାଇଁ ଓଡିଶା ଏକ ମଡେଲ ହୋଇଛି। ଆମ ଜଳସାଥୀ ମା’ ମାନଙ୍କ ସଫଳତା ମଧ୍ୟ ଆଜି ଅନ୍ୟମାନଙ୍କ ପାଇଁ ମଡେଲ ହୋଇଛି। ପ୍ରେରଣାଦାୟୀ ସଫଳ କାହାଣୀ ହୋଇଛି। ସହରାଞ୍ଚଳ ଜଳଯୋଗାଣ କ୍ଷେତ୍ରରେ ଆମ ମିଶନ ଶକ୍ତି ମା’ ମାନେ, ଜଳସାଥୀମାନେ ବହୁତ ଭଲ କାମ କରୁଛନ୍ତି। ୱାଟକୋ ତା’ର ଉତ୍ସର୍ଗିକୃତ ଉଦ୍ୟମ ବଳରେ ଓଡିଶାର ଜଳଯୋଗାଣ କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣି ଆମ ଦେଶ ତଥା ଅନ୍ୟାନ୍ୟ ପ୍ରଗତିଶୀଳ ଦେଶମାନଙ୍କ ମଧ୍ୟରେ ଏକ ନୂତନ ବେଞ୍ଚମାର୍କ ସ୍ଥାପନ ପାଇଁ କାର୍ଯ୍ୟ ଜାରି ରଖି ରାଜ୍ୟକୁ ଗୌରାବନ୍ୱିତ କରୁଥିବାରୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ।