Onn 3

ଚଳିତ ବର୍ଷ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ

State

 

cm np

ଭୁବନେଶ୍ବର: ଅକ୍ଟୋବର ୧୬ ତାରିଖ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଏଥର ବି ସେ ନିଜର ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ମାସରେ ବଡ଼ଭଉଣୀ ଗୀତା ମେହେଟାଙ୍କ ବିୟୋଗ ହୋଇଥିବାରୁ ଚଳିତ ବର୍ଷ ଜନ୍ମଦିନ ପାଳନ କରିବେନି। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛୁମାନଙ୍କୁ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଆଗରୁ ମଧ୍ୟ ଜନ୍ମଦିନ ପାଳନ କରି ନଥିବା ମଧ୍ୟ ଦେଖାଯାଇଛି । ବାତ୍ୟା ଏବଂ ଦୁର୍ବିପାକ ସମୟରେ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିନଥିଲେ ।