ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ। ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ୍ କିଟ୍, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଏନେଇ ବିଜୁ ଶ୍ରମିକ ସାମୁଖ୍ୟ ରାଜ୍ୟ ସଭାନେତ୍ରୀ ନନ୍ଦିନୀ ପଣ୍ଡା ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।