ମୀନା ବଜାର ସାଙ୍ଗକୁ ପୂଜା ପାଇଁ ସବୁଠି ଖଚାଖଚ ଭିଡ଼ ।ମାଆଙ୍କ ଆରାଧନା ଓ ଆଶୀର୍ବାଦ ନେବା ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି । କଟକ , ଭୁବନେଶ୍ବରରେ ଦୁର୍ଗାପୂଜା ଲାଗି ପ୍ରବଳ ଭିଡ ପରିଲକ୍ଷିତ ହୋଇଛି । ରାତି ୧୨ଟା ଯାଏ ଲୋକ ବୁଲି ମେଢ ଦେଖୁଛନ୍ତି । ଲୋକଙ୍କ ମନୋରଞ୍ଜନ ଲାଗି ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ମେଲୋଡି କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି । ପୂଜା ପାଇଁ ଭିଡ ବଢୁଥିବାରୁ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଆସନ୍ତାକାଲି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର ଜୟ । ଅଧର୍ମ ଉପରେ ଧର୍ମର ବିଜୟ । ଦଶହରା ଦିନ ରାବଣପୋଡିର ପରମ୍ପରା ରହିଛି । ବିଜୟା ଦଶମୀ ପରେ ଧରାପୃଷ୍ଠରୁ ମେଲାଣି ନେବେ ଦୁର୍ଗତିନାଶିନୀ ।