ମାତୃତ୍ୱକାଳୀନ ଛୁଟିର ସମୟ ସୀମାକୁ ବଢାଯାଇଛି । ଉଜ୍ଜ୍ୱଳା ଯୋଜନା, ଆବାସ ଯୋଜନା, ଶୌଚାଳୟ ନିର୍ମାଣ, ଜନଧନ, ମୁଦ୍ରା, ଷ୍ଟାଣ୍ଡଅପ୍ ଭଳି ଯୋଜନା ଦ୍ୱାରା ମହିଳାମାନେ ସଶକ୍ତ ଓ ଆତ୍ମନିର୍ଭର ହେଉଛନ୍ତି । ସମାଜର ବିକାଶ ପାଇଁ ମହିଳାଙ୍କ ଉପରେ ପ୍ରଧାନମନ୍ତ୍ରୀ ଜୋର ଦେଇଛନ୍ତି । ଆଜି ଦେଶରେ ଓ୍ୱାର୍କ ଫୋର୍ସକୁ ବଢାଇବା ପାଇଁ ହେଲେ ସମସ୍ତଙ୍କୁ ବିଶେଷ ଭାବରେ ପରିବର୍ତ୍ତିତ ଟେକ୍ନୋଲୋଜି ପ୍ଲାଟଫର୍ମକୁ ଆପଣାଇ ମହିଳାଙ୍କୁ ସ୍କିଲିଂ, ରି-ସ୍କିଲିଂ ଏବଂ ଅପ୍ -ସ୍କିଲିଂ କରାଇବା ପାଇଁ ପଡିବ । ଏହା ଦ୍ୱାରା ଦେଶର ଅର୍ଥନୀତି ଆହୁରି ମଜଭୂତ୍ ହେବ । ଓଡ଼ିଶା ସମେତ ଦେଶରେ କେବଳ ନିଯୁକ୍ତି ଦେବା ପାଇଁ ନୁହେଁ ବରଂ ନିଯୁକ୍ତିଦାତା ସୃଷ୍ଟି କରାଇବା ପାଇଁ ହେବ । ଶିକ୍ଷା, ଦକ୍ଷତା, କାର୍ଯ୍ୟକ୍ଷେତ୍ରରେ ମହିଳା ଓ ଗ୍ରାମାଞ୍ଚଳର ଭାଗିଦାରୀକୁ ବଢାଇବା ପାଇଁ ହେବ । ବଟମ୍ ଅଫ୍ ପିରାମିଡ୍ ତଥା ସମାଜର ଅନ୍ତିମ ଶ୍ରେଣୀରେ ଥିବା ଗରିବ, ବଞ୍ଚିତ, ଏସସି, ଏସଟି, ଓବିସି, ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କ ମଧ୍ୟରେ ଶିକ୍ଷା ଓ ସ୍କିଲକୁ ଯୋର୍ ଦେବାକୁ ପଡିବ । ସେମାନଙ୍କ ହାତ ଧରି ମୁଖ୍ୟସ୍ରୋତରେ ଯୋଡିଲେ ହିଁ ସମାଜର ବିକାଶ ହେବ ।
ଆଜି ଟେଲିଫୋନ ମାଧ୍ୟମରେ ଡିଜିଟାଲ କାରବାର ସହଜ ହୋଇଛି । ଭାରତରେ ଡିଜିଟାଲ ଭିତ୍ତିଭୂମି ବଢିଛି । ଦକ୍ଷତାକୁ କ୍ରେଡିଟରେ ରୂପାନ୍ତରିତ କରାଯିବାର ଯୋଜନା ହୋଇଛି । କୃଳିକ ବୃତ୍ତିଧାରୀଙ୍କୁ ଦକ୍ଷ କରିବା ପାଇଁ ପିଏମ ବିଶ୍ୱକର୍ମା ଯୋଜନା ଆରମ୍ଭ ହୋଇଛି । ଅନେକ ସୁଧାରବାଦୀ ନୀତି କାରଣରୁ ସମ୍ଭାବନାପୂର୍ଣ୍ଣ ଓଡ଼ିଶାରେ ଭାରତ ସରକାର ପୁଞ୍ଜିନିବେଶ ବଢାଇଛନ୍ତି । ପୂର୍ବ ସରକାରର ୧୦ ବର୍ଷରେ ଓଡ଼ିଶାକୁ ମାତ୍ର ୩ ଲକ୍ଷ କୋଟି ଆସିଥିବା ବେଳେ ମୋଦି ସରକାରରେ ଏ ପର୍ଯ୍ୟନ୍ତ ୧୮ ଲକ୍ଷ କୋଟି ଟଙ୍କା ଆସିଛି । ଓଡ଼ିଶାରେ ରେଳବାଇ ବଜେଟରେ ରେକର୍ଡସଂଖ୍ୟକ ଅନୁଦାନ ବଢିଛି । ଭାରତୀୟ ରେଳ, ଡାକ, ଏମ୍ସ, ସାମରିକ ବଳ, ଅର୍ଦ୍ଧ ସାମରିକ ବଳରେ ନିଯୁକ୍ତି ବିଢିଛି । ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ବୃଦ୍ଧି ପାଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି । ଆଜି ନିଯୁକ୍ତି ପାଇଥିବା ପ୍ରାର୍ଥୀଙ୍କ ଉଦ୍ଦେଶ୍ୟରେ ଶ୍ରୀ ପ୍ରଧାନ କହିଛନ୍ତି ଯେ କଠିନ ପରିଶ୍ରମ ବଳରେ ଆଜି ଜୀବନର ନୂଆ ଅଧ୍ୟାୟ କରୁଥିବା ବନ୍ଧୁ ମାନଙ୍କୁ ଶୁଭେଚ୍ଛା । ଜୀବନରେ ଅଟକିବା ଉଚିତ ନୁହେଁ । ନିରନ୍ତର ଶିଖିବା ସହ ନୂଆ ନୂଆ ଜ୍ଞାନ ଆହରଣ କରିବା ଦରକାର । ପ୍ରତିଦିନ କୌଣସି ବ୍ୟକ୍ତି କିମ୍ବା ପରିସ୍ଥିତିରୁ ନୂଆ କିଛି ଶିକ୍ଷା ନେବା ଦରକାର ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।