Onn 3

ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଶପଥପାଠ ଅନୁଷ୍ଠିତ

State

ବାରିପଦା :ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଭାରତର ଲୌହ ମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମଦିବସକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଇଅଛି |

ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ବିନୀତ ଭରଦ୍ୱାଜ ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହ ଠାରେ କାର୍ଯ୍ୟାଳୟ ର ସମସ୍ତ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀ ମାନଙ୍କୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ନୀତି ଓ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଦେଶର ଏକତା, ଅଖଣ୍ଡତା ଓ ଆଭ୍ୟନ୍ତରିଣ ସୁରକ୍ଷା କୁ ଅକ୍ଷୁର୍ଣ୍ଣ ରଖିବାରେ ସଂକଳ୍ପବଦ୍ଧ ହୋଇ ନିଜକୁ ଦେଶ ପାଇଁ ସମ୍ପର୍ପିତ କରିବା ଉଦେଶ୍ୟ ରେ “ଶପଥ ପାଠ” କରାଇ ଥିଲେ |

ଅନୁଷ୍ଠିତ ଉକ୍ତ ଶପଥ ପାଠ ଉତ୍ସବ ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଭିମନ୍ୟୁ ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ମହାନ୍ତି ଓ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଅନନ୍ତ ପ୍ରସାଦ ସେଠୀ ପ୍ରମୁଖ ଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଶପଥପାଠ କରିଥିଲେ।