Onn 3

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ – ସୁରଭି ୨୦୨୩ ଅନୁଷ୍ଠିତ

State

ବାରିପଦା : ସ୍ଥାନୀୟ ପ୍ରୟାସ ସମ୍ମିଳନୀ କକ୍ଷରେ ବାରିପଦା ବ୍ଲକ ଓ ମ୍ୟୁନିସିପାଲିଟି ସ୍ତରୀୟ ଶିଶୁ ମହୋତ୍ସବ – ସୁରଭି ୨୦୨୩ ଅନୁଷ୍ଠିତ ହୋଇଯାଇଛି I ଏହି ମହୋତ୍ସବରେ ୧୩ ଟି କ୍ଲଷ୍ଟରରୁ ମୋଟ ୩୦୦ କୃତୀ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ I ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀକାନ୍ତ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଓ ଶିକ୍ଷକ ତାଲିମ ପ୍ରତିଷ୍ଠାନର ଅଧ୍ୟକ୍ଷ ଅନାଦି ଚରଣ ବିନ୍ଧାଣି ଓ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ୱାଳ ଯୋଗ ଦେଇ କୁନିକୁନି ପିଲାଙ୍କ ଭିତରେ ଥିବା ପ୍ରତିଭାର ବିକାଶ କ୍ଷେତ୍ରରେ ସୁରଭି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ବୋଲି କହିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଦୁଇ କୁନି ପ୍ରତିଭା ଏମ ସାଇ ଜ୍ୟୋତି ଓ ଏମ ସାଇ ପ୍ରୀତି ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବ୍ରଜମୋହନ ମୁର୍ମୁ, ଡଃ ସ୍ନେହଲତା ବେହେରା ଓ ତପସ୍ୱିନୀ ଦାଶ ପ୍ରମୁଖ ଉପସ୍ଥିତ ଥିଲେ I

ପ୍ରଦୀପ କୁମାର ନାଥ ଧନ୍ୟବାଦ ଅର୍ପଣ କରିଥିଲେ I ଅପରାହ୍ନରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମସ୍ତଙ୍କୁ ବିମୋହିତ କରିଥିଲା I ପୁରସ୍କାର ବିତରଣୀ ଉତ୍ସବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ନିତ୍ୟାନନ୍ଦ ବାରିକ ଓ ଡଃ ପ୍ରଶାନ୍ତ କୁମାର ମହାନ୍ତି ପ୍ରମୁଖ ଯୋଗଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ I ସିଦ୍ଧେଶ୍ୱର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ I ସୋମନାଥ ସିଂହ ଓ ଗୌତମ ଦାସ ମଞ୍ଚ ପରିଚାଳନା କରିଥିଲେ I ସମସ୍ତ ସି ଆର ସି ସି ତଥା ଶିକ୍ଷକ / ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା ପ୍ରଦାନ କରିଥିଲେ I ପ୍ରକାଶ ଥାଉକି ପ୍ରତ୍ୟେକ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ପ୍ରତିଯୋଗୀ ଚଳିତ ମାସ ୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ I