ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା ପରେ ଗଜପତି ମହାରାଜା କହିଛନ୍ତି ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ହେବ । ଏହି ପ୍ରକଳ୍ପକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜାନୁଆରୀ ୧୨ ତାରିଖରୁ ୫ଦିନ ଧରି ହୋମଯଜ୍ଞ ହେବ । ପରେ ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ହେବ । ୨୦୨୧ ଡିସେମ୍ବର ୨୧ ତାରିଖରେ ଆରମ୍ଭ ହୋଇଥିଲା ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ । ଏବଂ ଡିସେମ୍ବର ୨୪ ତାରିଖରେ ଶେଷ ହୋଇଥିଲା ।