Onn 3

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ବନ୍ଦ ରହିବ ସାଧାରଣ ଦର୍ଶନ

State

 

puri

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ନୀତି ପାଇଁ ୩ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ତେଣୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବନକଲାଗି ନୀତି ଗୁପ୍ତ ନୀତି ହୋଇଥିବାରୁ ବିଧି ଅନୁସାରେ ଦତ୍ତ ମହାପାତ୍ର ସେବାୟତଙ୍କୁ ହିଙ୍ଗୁଳ, ହର୍ତାଳ, କସ୍ତୁରୀ ଓ କେଶର ଯୋଗାଇ ଦିଆଯାଇଛି । ଏହାକୁ ମିଶ୍ରଣ କରି ସ୍ୱତନ୍ତ୍ର ରଙ୍ଗ ପ୍ରସ୍ତୁତ କରି ସେବକମାନେ ଅପରାହ୍ନରେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିରରେ ପ୍ରବେଶ କରିବେ । ରତ୍ନସିଂହାସନ ଉପରେ ଚଢ଼ି ଅଧର ପୋଛା କରି ତାପରେ ଶ୍ରୀମୁଖ ଶୃଙ୍ଗାର କରିବେ । ଏହି ସମୟରେ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଏହି ସେବାରେ ୫ ଜଣ ଦତ୍ତ ମହାପାତ୍ର ସେବାୟତ ନିୟୋଜିତ ରହିବେ ।