ଶ୍ରୀମନ୍ଦିର ଚାରିପଟେ ସୌନ୍ଦର୍ଯ୍ୟକରଣ ନେଇ ବିଶେଷ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ସ୍ବତନ୍ତ୍ର ଆଲୋକୀକରଣ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ମଧ୍ୟ ପାଣ୍ଡିଆନଙ୍କୁ ଅବଗତ କରାଯାଇଥିଲା। ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ବୈଠକ କରି ପ୍ରକଳ୍ପ କାର୍ଯ୍ୟ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ ୫-ଟି ଅଧ୍ୟକ୍ଷ । ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ , ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ପୁରୀ ଏସପି କନୱର ବିଶାଲ ସିଂହଙ୍କ ସମେତ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ । ଦିନକୁ ଦିନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ବଢୁଛି । ତେଣୁ କିଭଳି ଭାବେ ଭକ୍ତମାନେ ଶୃଙ୍ଖଳିତ ଭାବେ ମହାପ୍ରଭୂଙ୍କୁ ଦର୍ଶନ କରିପାରିବେ । ସେ ନେଇ ପଦକ୍ଷେପ ନେବାକୁ ୫-ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ ।