ଟନେଲ ଭୁଶୁଡ଼ିବା ପରେ ଗତକାଲିଠାରୁ ସମସ୍ତେ ଫସି ରହିଛନ୍ତି। ତେବେ ଟନେଲ ଭିତରେ ସମସ୍ତେ ସୁରକ୍ଷିତ ଥିବା ସୂଚନା ମିଳିଛି। ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ (NDRF), ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବଳ (SDRF) ଏବଂ ପୁଲିସ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଅଛନ୍ତି। ଶ୍ରମିକଙ୍କ ପାଖକୁ ପାଇପ ଯୋଗେ ଖାଦ୍ୟ, ଅମ୍ଳଜାନ ପଠାଯାଉଛି।
ଗତକାଲି ଭୋର ପ୍ରାୟ ୫ଟା ସମୟରେ ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲ୍ଲାର ବ୍ରହ୍ମଖାଲ-ଯମୁନୋତ୍ରୀ ଜାତୀୟ ରାଜପଥରେ ଏକ ନିର୍ମାଣାଧୀନ ଟନେଲ ଆଂଶିକ ଭୁଶୁଡି ପଡିଥିଲା। ଏଥିରେ କାମ କରୁଥିବା ୪୦ ଜଣ କର୍ମଚାରୀ ଫସି ରହିଥିଲେ। ଚାର୍ ଧାମ ରୋଡ୍ ପ୍ରକଳ୍ପ ଅଧୀନରେ ଏହି ନିର୍ମାଣ ଚାଲିଥିଲା।
ଉତ୍ତରକାଶୀରୁ ଯମୁନୋତ୍ରି ଧାମ ପର୍ଯ୍ୟନ୍ତ ଯାତ୍ରାକୁ ୨୬ କିଲୋମିଟର ହ୍ରାସ କରିବାକୁ ଲକ୍ଷ୍ୟ ରଖାଯାଇ ଏହି ଟନେଲ୍ ନିର୍ମାଣ କରାଯାଉଛି।