ସେପଟେ ଆଜି ବଡଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଥିବାବେଳେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି । ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ସଜ୍ଜିତ କରାଯାଇଛି । ବିଶ୍ବାସ ରହିଛି ଏହି ବେଶରେ ମହାପ୍ରଭୂଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ । ତେଣୁ ଆଜି ଲମ୍ବା ଧାଡିରେ ଛିଡା ହୋଇ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ।