Onn 3

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତିନାମା ସ୍ୱାକ୍ଷରିତ, ୪ ବର୍ଷରେ ସରିବ କାମ

State

 

rail

ଭୁବନେଶ୍ୱର: ଜୋରସୋରରେ ଆଗେଇ ଚାଲିଛି ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ସହ ରାଜ୍ୟ ସରକାର ଚୁକ୍ତିନାମା ସ୍ବାକ୍ଷରିତ କରିଛନ୍ତି। ୪ ବର୍ଷରେ ସରିବ କାମ। ନୂଆବର୍ଷରେ ମେଟ୍ରୋ ରେଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ୬୨୫୫ କୋଟିର ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟସରକାର। ଏହା ହେଉଛି ରାଜ୍ୟର ଭିତ୍ତିଭୂମି ପ୍ରକଳ୍ପରେ ସବୁଠୁ ବଡ଼ ଅର୍ଥ ବିନିଯୋଗ।

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍‌‌ର ବରିଷ୍ଠ ଅଧିକାରୀ ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏମ୍‌‌ଓୟୁ ସ୍ବାକ୍ଷର ହୋଇଛି। ମେଟ୍ରୋ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ କଟକ ତ୍ରିଶୂଳିଆ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହି ପ୍ରକଳ୍ପର ଟର୍ଣ୍ଣ-କି ପରାମର୍ଶଦାତା ରହିବେ। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୫ ହଜାର ୯୨୯ କୋଟି ୩୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ଏବଂ ୪ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।

ଏହି କାର୍ଯ୍ୟକ୍ରମରେ ‘୫-ଟି’ ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ଉପସ୍ଥିତ ଥିଲେ। ଭୁବନେଶ୍ବର, ଖୋର୍ଦ୍ଧା, କଟକ ଓ ପୁରୀ ସହରର ଗମନାଗମନ ବ୍ୟବସ୍ଥାକୁ ନାଗରିକଙ୍କ ପାଇଁ ସହଜ, ସରଳ ଓ ସୁଗମ କରିବା ପାଇଁ ମେଟ୍ରୋ ରେଳ ବ୍ୟବସ୍ଥାର ଆବଶ୍ୟକତା ଥିବା ଅନୁଭବ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ୨୬ କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ, ବାଣୀବିହାର, ଜୟଦେବ ବିହାର ଓ ପଟିଆ ଛକ ସମେତ ମୋଟ୍‌‌ ୨୦ଟି ଷ୍ଟେସନ ନିର୍ମାଣ କରିବାକୁ ଯୋଜନା ରହିଛି ।