Onn 3

ରାଜ୍ୟ ସ୍ତରୀୟ ସୁରଭିରେ ପି ସି ପୁର ବିଦ୍ୟାଳୟର ସଫଳତା କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

State

ବାରିପଦା :  ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ରେ ମୟୁରଭଞ୍ଜ ଜିଲ୍ଲାକୁ ପ୍ରତିନିଧିତ୍ୱ କରି ପୂର୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସାଂସ୍କୃତିକ ଦଳ ରାଜ୍ୟରେ ଶ୍ରେଷ୍ଠ ସ୍ଥାନ ଅଧିକାର କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି I ଆଜି ଅପରାହ୍ନରେ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ୭ ଜଣ କୃତୀ ପ୍ରତିଯୋଗୀଙ୍କୁ ଅଭିନନ୍ଦନ ଜଣାଇବା ସହ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ ଓ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ I

ଏହି ସଫଳତା ପାଇଁ ସହଯୋଗ କରିଥିବା ସମସ୍ତଙ୍କ ଉଦ୍ୟମକୁ ମଧ୍ୟ ପ୍ରଶଂସା କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ୱାଳ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୋମନାଥ ସିଂହ ତଥା ୱାର୍ଡେନ ସରୋଜ କୁମାର ସାବତ ଉପସ୍ଥିତ ଥିଲେ I