ଆସନ୍ତାକାଲି ଧବଳେଶ୍ୱରଙ୍କ ପୀଠରେ ବଡ଼ ଓଷା ପାଳନ ହେବ । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଗଜଭୋଗ ଓ ତରଣ ଲାଗି କରାଯିବ । ଏଥିଲାଗି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେପଟେ ଭକ୍ତଙ୍କ ଭିଡକୁ ଆଖି ଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ନିଜେ ଉପଜିଲ୍ଲାପାଳ ଓ କଟକ ଗ୍ରାମାଞ୍ଚଳ ଏସପି ଘଟଣାସ୍ଥଳରେ ଉପସ୍ଥିତ ରହି ତଦାରଖ କରୁଥିବା ସୂଚନା ମିଳିଛି ।