ଫଳରେ ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଉର୍ଦ୍ଧ୍ବ ଲୋକ ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ଚିତ୍ରକୋଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିତ୍ରକୋଣ୍ଡାରୁ ଯୋଡାମ୍ବ ଯାଉଥିବା ବେଳେ ହନ୍ତାଳଗୁଡାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା । ଆଜି ସକାଳେ ୬ ମୃତକଙ୍କ ମୃତଦେହ ଗାଁରେ ପହଞ୍ଚିବା ପରେ ପୁରା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।