ଏହାସହ ଦୋଳି, ମୀନା ବଜାର ସାଙ୍ଗକୁ ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା ଓ ଚଟପଟି ଖାଦ୍ୟର ଭରପୁର ମଜା ଉଠାଇବେ ଲୋକ । କଟକ ଇନ୍ କଟକ ମଧ୍ୟରେ ପ୍ରାୟ ୧୦ଟି ସେଲଫି ଜୋନ ପ୍ରସ୍ତୁତ କରାଯାଇଛି । ୨୫୦ଟି ଅସ୍ଥାୟୀ ଟଏଲେଟ୍ ବ୍ୟବସ୍ଥା ହୋଇଛି । ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଇଛି । ବଲିଉଡ୍ ସିଙ୍ଗର ଅନୁ ମଲିକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେବେ। ସେପଟେ ବାଲିଯାତ୍ରା ଦେଖିବାକୁ ଓଡିଶାର କୋଣ ଅନୁକୋଣରୁ ଲୋକଙ୍କର ସୁଅ ଛୁଟିବ । ତେଣୁ ଭିଡକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ଭିଡ଼ ନିୟନ୍ତ୍ରଣ ପାଇଁ ୪ଟି ପ୍ରବେଶ ଓ ପ୍ରସ୍ଥାନ ସ୍ଥାନ ରହିଛି । ବିଶେଷକରି ଟ୍ରାଫିକ୍ ବ୍ୟବସ୍ଥା ନିୟନ୍ତ୍ରଣ କରିବାକୁ କମିଶନରେଟ୍ ପୋଲିସ ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଛି ।