Onn 3

ଟ୍ରକ ସହ ଟ୍ରକ ମୁହାଁମୁହିଁ ଧକ୍କା: ଚାପି ହୋଇ ଜଣେ ମୃତ

State

 

KUCHINDA-1

କୁଚିଣ୍ଡା : ଟ୍ରକ ସହ ଟ୍ରକ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର। ସମ୍ବଲପୁର ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥ ଚିନିମହୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ଦୁର୍ଘଟଣା ପରେ ଦୁଇ ଜଣ ଡ୍ରାଇଭର ଟ୍ରକ ମଝିରେ ଚାପି ହୋଇ ରହିଯାଇଥିଲେ। ଜମନକିରା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୁଇ ଜଣଙ୍କୁ ଉଦ୍ଧାର କରିଥିଲା। ମୃତକ ଓ ଗୁରୁତରଙ୍କ ପରିଚୟ ମିଳିପାରିନାହିଁ। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।