ଲକ୍ଷ୍ମୀଙ୍କର ଅଣ୍ଟା , ପେଟ ଓ ଛାତିରେ ଗୁଳି ବାଜିଥିବା ସୂଚନା ମିଳିଛି । ଫଳରେ ଲକ୍ଷ୍ମୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ବାଲେଶ୍ବର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । କିଏ କାହିଁକି ଘରେ ପଶି ମହିଳାଙ୍କୁ ଗୁଳି କଲା ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଏନେଇ ବରହମପୁର ଥାନାରେ ପରିବାର ଲୋକେ ଲିଖିତ ଅଭିଯୋଗ କରିଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।