Onn 3

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ନୂଆ-ଓ କାର୍ଯ୍ୟକ୍ରମର ପୁରସ୍କାର ବିତରଣ ଉତ୍ସବ ସମାପନ

State

ବାରିପଦା : ପୂଣ୍ୟଶ୍ଲୋକ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୩ତମ ଜନ୍ମୋତ୍ସବ ଦିବସରେ ସ୍ଥାନୀୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଓଡ଼ିଶା ସରକାରଙ୍କ ନୂତନ ଉନ୍ନତ ଅଭିଳାଷ ଓଡ଼ିଶା – ନୂଆ-ଓ ୨୦୨୩ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ । ସର୍ବପ୍ରଥମେ କୁଳପତି ପ୍ରଫେସର ତ୍ରିପାଠୀ, ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ, କୁଳସଚିବ ସହଦେବ ସମାଧିଆ, ବିତ୍ତ ନିୟନ୍ତ୍ରକ ଶୁକଦେବ ତରେଇ, ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ଲକ୍ଷ୍ମୀଧର ଗିରି, ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଅଣଶିକ୍ଷକ କର୍ମଚାରୀଗଣ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ତାପରେ ବିଶ୍ୱବିଦ୍ୟାଳୟ ସମ୍ମେଳନ କକ୍ଷରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ ସଭାମଞ୍ଚରେ କୁଳପତି ପ୍ରଫେସର ତ୍ରିପାଠୀ ନୂଆ-ଓ ୨୦୨୩ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସାଂସ୍କୃତିକ, କ୍ରୀଡ଼ା ଓ ସମାଜସେବା କ୍ଷେତ୍ରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ବିଶ୍ୱବିଦ୍ୟାଳୟର ସମସ୍ତ କୃତି ପ୍ରତିଯୋଗୀଙ୍କୁ ପ୍ରମାଣପତ୍ର ସହ ମେଡ଼ାଲ ଓ ଟ୍ରଫି ପ୍ରଦାନ କରିଥିଲେ । କୁଳପତି ପ୍ରଫେସର ତ୍ରିପାଠୀ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀମାନେ ଯେଉଁ କୃତିତ୍ୱ ପାଇଁ ପୁରସ୍କାର ପାଇଛନ୍ତି, ସେହି କୃତିତ୍ୱର ଧାରାକୁ ଭବିଷ୍ୟତରେ ବଜାୟ ରଖିବାକୁ ପ୍ରେରଣା ଦେଇଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମକୁ ବିଶ୍ୱବିଦ୍ୟାଳୟର ନୁଆ-ଓ କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ପ୍ରଫେସର କବିତା କୁମାର ସାହୁ, ସାଂସ୍କୃତିକ କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ଡ. ପ୍ରିୟଦର୍ଶିନୀ ସଂଘମିତ୍ରା ସାହୁ, କ୍ରୀଡ଼ା କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ଡ. ପ୍ରଭଞ୍ଜନ ମଲ୍ଲିକ ଓ ସମାଜସେବୀ କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ଡ. ବସନ୍ତ କୁମାର ମହାନ୍ତ, ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଶିକ୍ଷକ ପ୍ରଦୀପ୍ତ ରଞ୍ଜନ ଦାସ ପ୍ରମୁଖ ପରିଚାଳନା କରିଥିଲେ । ସହକାରୀ ପ୍ରଫେସର ଡ. ବିଷ୍ଣୁପ୍ରିୟା ହାଁସଦା ମଞ୍ଚ ପରିଚାଳନା କରିଥିବା ବେଳେ ସହକାରୀ ପ୍ରଫେସର ଶୁଭେନ୍ଦୁ କୁମାର ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ ।