Onn 3

କମିବ ଶୀତ, ଘେରିବ କୁହୁଡ଼ି!

State

winter-750x430

ଭୁବନେଶ୍ବର : କମିବ ଶୀତ, ଘେରିବ କୁହୁଡ଼ି। ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର ବହୁ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିବ ଓ ତା’ପରେ ଶୀତରେ ସେଭଳି ବିଶେଷ ପରିବର୍ତ୍ତନ ଆସିବ ନାହିଁ। ଏଥିସହ ଆଗାମୀ ୭ ଦିନ ଯାଏଁ ପାଗ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ବାୟୁମଣ୍ଡଳର ଉପରିଭାଗରେ ପଶ୍ଚିମା-ନିମ୍ନ ଚାପ ରେଖା ସହ ଜଡ଼ିତ ବାୟୁ ଚଳାଚଳ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ଆକାଶ ଥିଲେ ମଧ୍ୟ ବର୍ଷାର କୌଣସି ସମ୍ଭାବନା ନାହିଁ। ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ବୃଦ୍ଧି ପାଇଛି ରାତି ତାପମାତ୍ରା। ତେବେ ଆଗାମୀ ଦୁଇଦିନ ପାଇଁ ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ସତର୍କତା ଜାରି ହୋଇଛି। ଏହିସବୁ ସ୍ଥାନରେ ସକାଳୁ କୁହୁଡ଼ି ରହିବ ବୋଲି ପୂର୍ବାନୁମାନ କରାଯାଇଛି।
ଆସନ୍ତାକାଲି ସୁନ୍ଦରଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସକାଳୁ ଘନ କୁହୁଡ଼ି ରହିବ। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୂୟରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସକାଳୁ ଘନ କୁହୁଡ଼ି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।