ରାତି ୧୨ ଟା ପରେ କ୍ଲବ, ପବ୍ ଚଳାଇବା ପାଇଁ ଆବେଦନ ମୁତାବକ ଅନୁମତି ମିଳିଛି । ୩୧ ତାରିଖ ରାତିରେ ଜିରୋ ନାଇଟ ସେଲିବ୍ରେସନ ନେଇ କୌଣସି ଇଭେଣ୍ଟ ବା ପ୍ରାଇଭେଟ ସଂସ୍ଥାକୁ ଆଇନଶୃଙ୍ଖଳା ଦୃଷ୍ଟିରୁ ଅନୁମତି ଦିଆଯାଇନି। ଖୋଲା ପଡ଼ିଆରେ ସେଲିବ୍ରେସନ୍ ମନା । ଡ୍ୟାନ୍ସ ବାରରେ ନିୟମ ଉଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ । ରାଜଧାନୀର ସମସ୍ତ ଖିଲାପକାରୀଙ୍କୁ ଜଗିବା ପାଇଁ ୩ଟି ଫ୍ଲାଇଁ ସ୍କ୍ୱାର୍ଡ ଗଠନ କରିଛି ଅବକାରୀ ବିଭାଗ ।