Onn 3

ଆଗରପଡ଼ା କଲେଜ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

State

କ୍ରୀଡ଼ାକୁ ଏକ ନୂତନ ଦିଗ୍‌ଦର୍ଶନ ଦେବ ‘ଯୁବ ଓଡ଼ିଣା ନବୀନ ଓଡ଼ିଣା’: ବିଧାୟକ

ଆଗରପଡ଼ା :ଆଗରପଡ଼ା କଲେଜରେ ‘ଯୁବ ଓଡ଼ିଶା ନବୀନ ଓଡ଼ିଶା’ପ୍ରାୟୋଜିତ କ୍ରୀଡ଼ା ଉତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି । କଲେଜ ପରିଚାଳନା କମିଟି ସଭାପତି ପ୍ରଶାନ୍ତ କୁମାର ଦାଶଙ୍କ ସଭାପତିତ୍ୱରେ ଆଯୋଜିତ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗଦେଇ କ୍ରୀଡ଼ାକୁ ‘ଯୁବ ଓଡ଼ିଶା ନବୀନ ଓଡ଼ିଶା’ଏକ ନୂତନ ଦିଗ୍‌ଦର୍ଶନ ଦେବା ସହ କ୍ରୀଡ଼ାର ମାନବୃଦ୍ଧି କରିବା ଦିଗରେ ପ୍ରମୁଖ ଭୂମିକା ନିର୍ବାହ କରିବ ବୋଲି କହିଥିଲେ । ମୁଖ୍ୟବକ୍ତା ଭାବେ ରାଜ୍ୟ ଟାଇକଣ୍ଡୋ ସଂଘ ସାଧାରଣ ସମ୍ପାଦକ ଚିନ୍ମୟ ବେହେରା ଯୋଗ ଦେଇଥିବା ବେଳେ ।

ଅନ୍ୟତମ ଅତିଥିଭାବେ ଭଦ୍ରକ ଜିଲ୍ଲା କ୍ରୀଡ଼ା ଅଧିକାରୀ ପଦ୍ମନ କୁମାର ରାୟ,ଜିଲ୍ଲା ପରିଷଦ ସଭାପତି ପ୍ରଫୁଲ୍ଲ ଜେନା, ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ, ସାଂସଦ ପ୍ରତିନିଧି ଶ୍ରୀନାଥ ମହାନ୍ତି, ବ୍ଲକ ଯୁବ ବିଜେଡ଼ି ସଭାପତି ସତ୍ୟସାଧନ ବେଜ, ବିଜେଡି ବ୍ଲକ ସଭାପତି ଲକ୍ଷ୍ମୀକାନ୍ତ ମହାନ୍ତି, ପୁରୁଷଣ୍ଢ ସରପଂଚ ପ୍ରକାଶ ବିଶ୍ୱାଳ, ବିଟିପୁର ସରପଞ୍ଚ ସୁଭଦ୍ରା ସିଂହ, ସମିତି ସଭ୍ୟା ଜ୍ୟୋର୍ତିମୟୀ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଅଧ୍ୟାପକ ମହେଶ୍ୱର ମଲ୍ଲିକ ଅତିଥି ପରିଚୟ, ଅଧ୍ୟକ୍ଷ ନାରାୟଣ ଚନ୍ଦ୍ର ପାତ୍ର ସ୍ୱାଗତ ଭାଷଣ ଓ ଅଶୋକ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ କୃତି ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା । ଏଥିରେ କଲେଜର ସମସ୍ତ ଅଧ୍ୟାପକ/ଅଧ୍ୟାପିକା ଓ କର୍ମଚାରୀମାନେ ସହଯୋଗ କରିଥିଲେ ।