Onn 3

ଜାନୁଆରୀରେ କମିବ ଥଣ୍ଡା !

State

winter-sunrise-fog-smog-cold-wave-e1671353907193

ଭୁବନେଶ୍ବର : ଜାନୁଆରୀ ୨୦୨୪ରେ ଶୀତର ପ୍ରଭାବ କମିବା ସମ୍ଭାବନା ରହିଛି। ସ୍ୱଭାବିକଠାରୁ ରାତିର ତାପମାତ୍ରା ଅଧିକ ରହିବାକୁ ଥିବାରୁ ଥଣ୍ଡା କମ୍‌ ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଆଗାମୀ ୪ ଓ ୫ ତାରିଖରେ କେତେକ ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ ବୋଲି କୁହାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ଆଗାମୀ ୩ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ୪ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଟି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୫ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ। ୬ ଓ ୭ ତାରିଖଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ।
ସେପଟେ କୁହୁଡ଼ି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୨ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୋନପୁର, କୋରାପୁଟ, ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କଟକ ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୩ ତାରିଖ ସକାଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୪ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।