Onn 3

ମୃତକଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

State

cm-naveen

ନିଶ୍ଚିନ୍ତକୋଇଲି/ ଭୁବନେଶ୍ବର: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏହାଛଡ଼ା ପ୍ରତି ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି। ଖାଲି ସେତିକି ନୁହେଁ, ଆହତ ଓ ଗୁରୁତରମାନଙ୍କ ଉପଯୁକ୍ତ ଚିକିତ୍ସା ଲାଗି ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୪୦ ଆହତ ଓ ୨୦ ଗୁରୁତର ଥିବା ଜଣାଯାଇଛି। ସେମାନଙ୍କୁ ଉଦ୍ଧାର କରାଯାଇଛି। ଏଣେ କଟକ ଜିଲ୍ଲାପାଳ ନରହରି ସେଠୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେଣେ ଏସସିବି ମେଡିକାଲରେ ଗୁରୁତରମାନଙ୍କୁ ଭର୍ତ୍ତି କରାଯାଇଛି।

ଘଟଣାରୁ ପ୍ରକାଶ ଯେ କଟରପଡ଼ା କଳା ପୋଲ ନିକଟରେ ସକାଳ ସାଢ଼େ ୭ଟାରେ ମନୋରମା ବସ ଚାନ୍ଦବାଲିରୁ କଟକ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ୧୦ ଚକିଆ ଟ୍ରକକୁ ମୁହାଁମୁହିଁ ପିଟିଥିଲା। ଏହାଫଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିଲା। ପରେ ଆଉଜଣଙ୍କର ପ୍ରାଣହାନି ଘଟିଥିଲା। ଏହାଫଳରେ ମୃତ୍ୟୁସଂଖ୍ୟା ୩ରେ ପହଞ୍ଚିଛି। ଏବେ ବି ଆହୁରି ୭ଜଣଙ୍କ ଅବସ୍ଥା ସକଟାପନ୍ନ ଥିବା କୁହାଯାଉଛି। ବସରେ ଥିବା ୪୦ଜଣ ଯାତ୍ରୀ ଆହତ ହୋଇଥିବା ଜଣାଯାଇଛି।