Loot2.jpg

ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟ

Crime State

loot2

ଭୁବନେଶ୍ୱର : ରାଜଧାନୀରେ ଥମୁନି ଲୁଟେରା ଆତଙ୍କ। ସ୍ବାମୀ ସ୍ତ୍ରୀ ଶୋଇଥିବା ବେଳେ ଘରେ କଳାକନା ବୁଲାଇଲେ ଦୁବୃର୍ତ୍ତ । ଖଣ୍ଡଗିରି ଥାନା ଗଣ୍ଡମୁଣ୍ଡା ଅଞ୍ଚଳରେ ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଗହଣା ଲୁଟି ନେଇଛନ୍ତି ଦୁବୃର୍ତ୍ତ।

ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଛୋଟେଲାଲ ଶର୍ମାଙ୍କ ଘରୁ ଲୁଟ୍ ହୋଇଛି । ଘରେ ଶୋଇଥିବା ବେଳେ ଭୋର ୫ଟା ସମୟରେ କଳାକନା ବୁଲାଇଛନ୍ତି ଦୁବୃର୍ତ୍ତ । ଘରୁ ପ୍ରାୟ ନଗଦ ଦେଢ ଲକ୍ଷ ଟଙ୍କା ସହ ୮ଲକ୍ଷ ଟଙ୍କାର ସୁନା ଗହଣା ଲୁଟ୍ ହୋଇଛି । ଏନେଇ ଖଣ୍ଡଗିରି ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ କରୁଛି । ଆଖପାଖରେ ଲାଗିଥିବା ସିସିଟିଭି ଫୁଟେଜକୁ ତନ୍ନ ତନ୍ନ କରି ଯାଞ୍ଚ କରାଯାଉଛି ।