Onn 3

BSKY ନବୀନ କାର୍ଡର ପଞ୍ଜିକରଣର ସମୟ ସୀମା ବୃଦ୍ଧି, ଆସନ୍ତା ୨୬ ତାରିଖ ଯାଏ ଚାଲିବ ଏହି ପ୍ରକ୍ରିୟା

State

biju-swasthya

ଏବେ ସୁଦ୍ଧା ୩୦ ଜିଲ୍ଲାରୁ ବିଏସକେୱାଇ ନବୀନ କାର୍ଡ ପାଇର୍ ୭୦,୪୮୮ ଆବେଦନ ଆସିଛି । ଯେଉଁଥିରେ ୧.୮୨ ଲକ୍ଷ ଲୋକ ଉପକୃତ ହୋଇପାରିବେ । ଗଞ୍ଜାମରୁ ସର୍ବାଧିକ ଆବେଦନ ଆସିଥିବା ବେଳେ ଏହା ପଛକୁ କଟକ ଓ ଖୋର୍ଦ୍ଧା ରହିଛନ୍ତି । ଗଞ୍ଜାମରୁ ବିଏସକେୱାଇ ନବୀନ କାର୍ଡ ପାଇଁ ସର୍ବାଧିକ ୯୫୨୫ଟି ଆବେଦନ ଆସିଛି ।

ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ । ସରକାରୀ କର୍ମଚାରୀ, ସରକାରୀ ପେନସନ ଉପଭୋକ୍ତା ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ । ବର୍ତ୍ତମାନ ବିଏସକେଓ୍ବାଇ ଅନ୍ତର୍ଭୁକ୍ତ ହୋଇ ନଥିବା ବ୍ୟକ୍ତିମାନେ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବ ।