Onn 3

ବିନା ସୂଚନାରେ ପ୍ରକଳ୍ପ ନିର୍ମାଣ, ଖବର ପ୍ରକାଶର ମାସେ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

State

ଆଗରପଡ଼ା :ଗତ ଡ଼ିସେମ୍ବର ମାସ ୧୭ ତାରିଖ ରବିବାର“ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ;ବିନା ସୂଚନାରେ ପ୍ରକଳ୍ପ ନିର୍ମାଣ”ଶୀର୍ଷକ ଖବର ‘ଓଏନଏନ’ରେ ପ୍ରକାଶ ପାଇଥିଲା । ଖବର ପ୍ରକାଶକୁ ଇତି ମଧ୍ୟରେ ଏକ ମାସରୁ ଅଧିକ ସମୟ ବିତି ଯାଇଥିଲେ ସୁଦ୍ଧା ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବା ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟପନ୍ଥା ଉପରେ ପ୍ରଶ୍ୱବାଚୀ ସୃଷ୍ଟି କରିଛି । ଏହିପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ବନ୍ତ ବ୍ଲକ କାଦବରାଙ୍ଗ ପଂଚାୟତରେ । ଉକ୍ତ ପଂଚାୟତର କାଦବରାଙ୍ଗ ଠାରେ ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ଯୋଗାଣ ବିଭାଗ ପକ୍ଷରୁ ବସୁଧା ଯୋଜନାରେ ପ୍ରକଳ୍ପ ନିର୍ମାଣ ଚାଲିଛି । ସରକାରୀ ଅନୁଦାନରେ ଯେକୈାଣସି କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ କାର୍ଯ୍ୟସ୍ଥଳି ନିକଟରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ଫଳକ ନିର୍ମାଣ କରି ସେଥିରେ ସବିଶେଷ ସୂଚନା ଲେଖାଯିବାର ନିୟମ ଥିଲେ ସୁଦ୍ଧା ଏଠାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଥିଲା । ଏବଂ ଉକ୍ତ ଖବର ମଧ୍ୟ ‘ଓଏନଏନ’ରେ ପ୍ରକାଶ ପାଇଥିଲା ।

କିନ୍ତୁ ବର୍ତ୍ତମାନ ସୁଦ୍ଧା ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାରୁ ସର୍ବସାଧାରଣରେ ସରକାର କେଉଁ ବିଭାଗରୁ ଅର୍ଥ ପ୍ରଦାନ କରିଛନ୍ତି,କେତେ ଅର୍ଥ ଅନୁଦାନ ପ୍ରଦାନ କରିଛନ୍ତି । କାହା ନାମରେ କାର୍ଯ୍ୟଦେଶ ରହିଛି,କେଉଁ ଅଧିକାରୀ ତଦାରଖ କରୁଛନ୍ତି ଏବଂ କାର୍ଯ୍ୟାଦେଶର ଆରମ୍ଭ ଆଦି ସଂପର୍କରେ ସୂଚନା ପାଇବାରୁ ବଂଚିତ ହେଉଥିବା ଅଭିଯୋଗ ହେଉଛି । ଏହି ନିୟମକୁ ଖୋଲାଖୋଲି ଉଲଂଘନ କରି ଉନ୍ନୟନ କାର୍ଯ୍ୟ ଚାଲିଥିବା ନେଇ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ଯୋଗାଯୋଗ କରିବାରୁ ଯୋଗାଯୋଗ ସମ୍ଭବପର ହୋଇପାରିନଥିଲା । ତେଣୁ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟସ୍ଥଳୀ ନିକଟରେ ସୂଚନା ଫଳକ ନିର୍ମାଣ କରିବାକୁ ସାଧାରଣରେ ଦାବି ହୋଇଛି ।