ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ । ସ୍କୁଲ କଲେଜଠାରୁ ଆରମ୍ଭ କରି ହସ୍ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ୫-ଟି ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି। ଏହା ହେଉଛି ଟେକ୍ନୋଲୋଜିର ପ୍ରୟୋଗ। ସେହିଭଳି ଟିମ୍ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି। ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି। ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର। ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ । ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।