Onn 3

ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଉଦ୍‌ଘାଟିତ

State

ନିଶ୍ଚିନ୍ତକୋଇଲି : ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକରେ ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଇଥିବା ଆମ ଓଡ଼ିଶା ନବୀନ ଓଡ଼ିଶାର ପଞ୍ଚାୟତ ସ୍ତରୀୟ କାର୍ଯ୍ୟକ୍ରମ ଅସୁରେଶ୍ୱର ପଞ୍ଚାୟତରେ ଉଦଘାଟିତ ହୋଇଛି । ସରପଞ୍ଚ ଗୌତମୀ ଦାସ ଙ୍କ ପୌରହିତ୍ୟରେ ଏଥ୍‌ôରେ ମୁଖ୍ୟଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରୋଜି ସେଠୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ପ୍ରଥମେ ଏଲଇଡ଼ି ରଥ ଦ୍ୱାରା ସରକାରଙ୍କର ବିଭିନ୍ନ ଜନହିତକର ଯୋଜନା ସଂକ୍ରାନ୍ତରେ ଗାଁ ଗାଁ ବୁଲି ଭିଡ଼ିଓ ମାଧ୍ୟମରେ ଜନ ସଚେତନତା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ବ୍ଲକ ଉନ୍ନୟନ ଅଧିକାରୀ ଧର୍ମରଂଜନ ପଣ୍ଡା,ଉପାଧ୍ୟକ୍ଷ ଅଶୋକ କୁମାର ଓଝା, ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ଗିରିଶରଂଜନ ମହାପାତ୍ର,ଅଧ୍ୟକ୍ଷାଙ୍କ ପ୍ରତିନିଧି ମନୋଜ ସେଠୀ, ସମାଜସେବୀ ଅନନ୍ତ କୁମାର ଦାସ,ଜୋନ୍ ସଭାପତି ଜ୍ୟୋତି ପ୍ରକାଶ ସ୍ୱାଇଁ,ସମିତିସଭ୍ୟା ହିମାଦ୍ରି ମିଶ୍ର ,ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ନଳିନୀକାନ୍ତ ମହାପାତ୍ର ପ୍ରମୁଖ ଯୋଗ ଦେଇ ଆମ ଓଡ଼ିଶା ନବୀନ ଓଡ଼ିଶା ଓ ସଶକ୍ତ ଓଡ଼ିଶା କାର୍ଯ୍ୟକ୍ରମ ସଂକ୍ରାନ୍ତରେ ଲୋକମାନଙ୍କୁ ସଚେତନ କରାଇଥିଲେ ।