7 700x430 1.jpg

ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଡାଇଲିସିସ ସେଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

State

7-700x430

ବଣାଇ: ବଣାଇ ଗଡ ବ୍ଲକ କାର୍ଯ୍ୟାଳୟ ପରିସରରେ ଅଭାସି ମାଧ୍ୟମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଣାଇ ଉପଖଣ୍ଡ ଚିକିତ୍ସାଳୟ ସମେତ ୧୬ ଗୋଟି ଡାଇଲିସିସ ସେଣ୍ଟର ଉଦଘାଟନ କରିଛନ୍ତି।
ବଣାଇଁ ବିଡିଓ ଦିବ୍ୟ ଶଙ୍କର ଜୟପୁରିଆଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ରାଜ୍ୟ ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସୁନ୍ଦରଗଡ଼ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ବଣାଇ ଉପଜିଲ୍ଲାପାଳ ସୁରଞ୍ଜନ କୁମାର ସାହୁ, ଜିଲା ପରିଷଦ ଉପାଧ୍ୟକ୍ଷ କମଳ ଲାକ୍ରା, ମୁଖ୍ୟ ଜିଲା ଚିକିତ୍ସା ଅଧିକାରୀ ଡ. ଧରଣୀ ରଞ୍ଜନ ସତପଥୀ, ବଣାଇଁ ଉପଖଣ୍ଡ ଚିକିତ୍ସାଳୟ ଅଧିକାରୀ ମନୋଜ କୁମାର ପତି, ରାଉରକେଲା ପୁର୍ତ୍ତ ବିଭାଗ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ମନୋଜ କୁମାର ମହାନନ୍ଦ ପ୍ରମୁଖ ଉପସ୍ଥିତ ରହିଥିଲେ।

ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ଆଇନଜୀବୀ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ରଣଜିତ କିସାନ, ବଣାଇଁ ଜିଲ୍ଲାପରିଷଦ ରାମଚନ୍ଦ୍ର ସାହୁ, ବୀର ବିଚିତ୍ର ସେନ ନାୟକ, ବଣାଇଁ ବ୍ଲକ ଅଧ୍ୟକ୍ଷା ମଞ୍ଜୁଲତା କିସାନ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହିଥିବା ସ୍ବଂୟ ସହାୟକ ଗୋଷ୍ଠୀ ମହିଳା, ଆଶା କର୍ମୀ, ଅଙ୍ଗନବାଡି କର୍ମୀ, ମହିଳା ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।