Werw

ପ୍ରଧାନଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ମାନ ପ୍ରଦାନ

State

ନିଶ୍ଚିନ୍ତକୋଇଲି : ନିଶ୍ଚିନ୍ତକୋଇଲି ବ୍ଲକ କେନ୍ଦୁପାଟଣା ଘେୱାରଚାନ୍ଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏଲିମେଣ୍ଟାରୀ ପ୍ରଧାନଶିକ୍ଷକ ସୁଶିଲ ଚକ୍ରବର୍ତ୍ତୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ସମ୍ମାନ ପ୍ରଦାନ କରାଯାଇଛି । ଶିକ୍ଷକତା ଜୀବନରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଉକ୍ତ ପୁରସ୍କାର ଦେବା ପାଇଁ ମନୋନୀତ କରାଯାଇଥିଲା । ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ଆୟୋଜିତ ଏକ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଏହି ସମ୍ମାନ ପ୍ରଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସହିତ ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ, ଶିକ୍ଷାମନ୍ତ୍ରୀ ସୁଦାମ ମାରାଣ୍ଡୀ, ପଞ୍ଚାୟତରାଜ ମନ୍ତ୍ରୀ ପ୍ରଦିପ ଅମାତ୍‌, ହରିଜନ ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାର୍କା, ଶିକ୍ଷା ସଚିବ ଅଶ୍ୱସ୍ତୀ ଏସ, ମୋ ସ୍କୁଲ ଅଭିଯାନର ଅଧ୍ୟକ୍ଷ ସୁବ୍ରତ ବାଗଚୀ ଓ ସୁସ୍ମିତା ବାଗଚୀ ପ୍ରମୁଖ ଯୋଗ ଦେଇଥିଲେ । ଏଭଳି ସମ୍ମାନ ପାଇ ଶ୍ରୀ ଚକ୍ରବର୍ତ୍ତୀ ବିଦ୍ୟାଳୟକୁ ଗୌରବାନ୍ୱିତ କରିଥିବାରୁ ତାଙ୍କୁ ବିଦ୍ୟାଳୟ ପକ୍ଷରୁ ଶିକ୍ଷକ ଶିକ୍ଷୟିତ୍ର୍ରୀ, ଛାତ୍ର ଛାତ୍ରୀ, ପରିଚାଳନା କମିଟିର ସଭ୍ୟ ସଭ୍ୟା ଓ ଗ୍ରାମବାସୀମାନେ ପୁଷ୍ପଗୁଚ୍ଛ, ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।