Onn 3

ଫେବୃଆରୀ ମାସ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରର କାର୍ଯ୍ୟସୂଚୀ

State

ବାରିପଦା: ମୟୂରଭଞ୍ଜ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ଵlଵଧାନରେ ଫେବୃଆରୀ ମାସରେ ଅନୁଷ୍ଠିତ ହେବାକୁ ଥିବା ମିଳିତ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଫେବୃଆରୀ ମାସର ପ୍ରଥମ ସୋମବାର ୫ତାରିଖ ସଦର ଉପଖଣ୍ଡ ବାରିପଦାର ୧୦ଟି ବ୍ଲକର ଜନସାଧାରଣଙ୍କ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଫେସିଲିଟେସନ ସେଣ୍ଟରରେ ଉପରୋକ୍ତ ଶିବିର ଅନୁଷ୍ଠିତ ହେବ । ସେହିପରି ଫେବୃଆରୀ ମାସ ଦ୍ୱିତୀୟ ସୋମବାର ୧୨ ତାରିଖ ବାମନଘାଟି ଉପଖଣ୍ଡର ୭ଟି ବ୍ଲକର ଜନସାଧାରଣଙ୍କ ପାଇଁ ବାମନଘାଟି ଉପଜିଲ୍ଲାପାଳଙ୍କ ରାଇରଙ୍ଗପୁର କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ, ତୃତୀୟ ସୋମବାର ୧୯ ତାରିଖ ପାଞ୍ଚପିଢ଼ ଉପଖଣ୍ଡର ୫ଟି ବ୍ଲକର ଜନସାଧାରଣଙ୍କ ପାଇଁ କରଞ୍ଜିଆ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଏବଂ ମାସର ଚତୁର୍ଥ ସୋମବାର ୨୬ତାରିଖ କପ୍ତିପଦା ଉପଖଣ୍ଡର ୪ଟି ବ୍ଲକର ଜନସାଧାରଣଙ୍କ ପାଇଁ କପ୍ତିପଦା ଉପଜିଲ୍ଲାପାଳଙ୍କ ଉଦଳା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ ।

ବାରିପଦା ଠାରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଲାଇନ ବିଭାଗ ଅଧିକାରୀ ଏବଂ ବାରିପଦା ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର ମାନଙ୍କ ଉପସ୍ଥିତିରେ ଏବଂ ଜିଲ୍ଲାର ଅନ୍ୟ ଉପଖଣ୍ଡ ମାନଙ୍କରେ ଅନୁଷ୍ଠିତ ହେବାକୁ ଥିବା ଉପଖଣ୍ଡ ସ୍ତରୀୟ ଜନ ଶୁଣାଣି ଶିବିର ରେ ସମ୍ପୃକ୍ତ ଉପଖଣ୍ଡର ଉପଖଣ୍ଡ ସ୍ତରୀୟ ଅଧିକାରୀଙ୍କ ସମେତ ସମ୍ପୃକ୍ତ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଲାଇନ ବିଭାଗ ଅଧିକାରୀ ମାନଙ୍କ ଉପସ୍ଥିତିରେ ସାଧାରଣ ଜନତାଙ୍କ ଆପତ୍ତି ଅଭିଯୋଗ ପତ୍ର ଗୁଡିକର ଶୁଣାଣି କରି ସମାଧାନ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ । ଉକ୍ତ ଧାର୍ଯ୍ୟ ତାରିଖ ଓ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସମ୍ପୃକ୍ତ ଉପଖଣ୍ଡ ଅଂଚଳର ଜନସାଧାରଣ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସମ୍ପର୍କିତ ଅଭିଯୋଗ ଉପସ୍ଥିତ ରହି ଜଣାଇ ପାରିବେ ବୋଲି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅବିନାଶ ପାଣି ଜଣାଇଛନ୍ତି ।