Onn 3

ବସ୍ ଧକ୍କାରେ ଚାଲିଗଲା ଦୁଇ ବାଇକ୍ ଆରୋହୀଙ୍କ ଜୀବନ

State

accident-750x430

ନିଶ୍ଚିନ୍ତକୋଇଲି: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଧକ୍କାରେ ଏଠାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ରାତି ପ୍ରାୟ ୧ଟା ବେଳେ ଏକ ବରଯାତ୍ରୀ ବସ୍(ନନ୍ଦଲାଲା) କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିବା ବେଳେ ନିଶ୍ଚିନ୍ତକୋଇଲି ଜନିଆ ଛକରେ ଏକ ବାଇକକୁ ଧକ୍କା ଦେଇଥିଲା। ସେଥିରେ ଦୁଇଜଣ ଯାଉଥିଲେ। ବସଟି ରାସ୍ତାତଳକୁ ଖସିଯାଇଥିଲା। ଏହି ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ପ୍ରାଣହାନି ଘଟିଥିଲା। ତେବେ ବସଯାତ୍ରୀମାନେ ସୁରକ୍ଷିତ ଅଛନ୍ତି।

ଖବର ପାଇ ସାଲେପୁର ଥାନା ପୁଲିସ ପହଞ୍ଚି ଦୁଇ ବାଇକ୍ ଆରୋହୀଙ୍କ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି। ଘନ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।