ପାଟନା ହାଇକୋର୍ଟରେ ଆକାଉଣ୍ଟାଣ୍ଟ ଜେନେରାଲ କାର୍ଯ୍ୟାଳୟ ପକ୍ଷରୁ ମାମଲା ପରିଚାଳନା ପାଇଁ ଭାରତର ସିଏଜିଙ୍କ ତରଫରୁ ତାଙ୍କୁ ପ୍ୟାନେଲ କାଉନସେଲ ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ମେଡିଏଟରର ଭାବେ ୨୦୦୬ରେ ତାଲିମ ଗ୍ରହଣ କରିଥିଲେ ଓ ପାଟନା ହାଇକୋର୍ଟ ମେଡିଏସନ୍ ସେଣ୍ଟରରେ ମେଡିଏଟର ଭାବେ ନିଯୁକ୍ତି ପାଇଥିଲେ। ୨୦୧୦, ସେପ୍ଟେମ୍ବର ୧୮ରୁ ତାଙ୍କୁ ବରିଷ୍ଠ ଆଇନଜୀବୀ ମାନ୍ୟତା ମିଳିଥିଲା। ୨୦୧୦, ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଥିଲେ। ଏହି ପଦବିରେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୨, ଏପ୍ରିଲ ୫ରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ତାଙ୍କୁ ୨୦୨୩, ଫେବ୍ରୁଆରି ୬ରେ ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ବ ମିଳିଥିଲା।୨୦୨୩, ନଭେମ୍ବର ୨ରେ ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲା।