Accident 1707635229

ଭ୍ୟାନ୍‌କୁ ପିଟିଲା ଟ୍ରକ୍‌: ୪ ମୃତ, ୯ ଗୁରୁତର

Crime State

ଝାରସୁଗୁଡା: ଅଶୁଭ ରବିବାର । ଲଖନପୁର ବ୍ଲକ ବେହେରାଗୁଡ଼ା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା। ଏକ ଭ୍ୟାନକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କିଛି ଯାତ୍ରୀଙ୍କୁ ଧରି ବେଲପାହାଡ଼ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

ସୂଚନା ଅନୁସାରେ, କିଛି ଯାତ୍ରୀଙ୍କୁ ନେଇ ଏକ ଭ୍ୟାନ୍ ବେଲପାହାଡ ଅଭିମୁଖେ ଯାଉଥିବା ବେଳେ ଲଖନପୁର ବ୍ଲକ ବେହେରାଗୁଡ଼ା ରାସ୍ତାରେ ଏକ ଟ୍ରକ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା । ଫଳରେ ଗାଡି ଥିବା ସମସ୍ତ ଯାତ୍ରୀ ଗୁରୁତର ହୋଇଥିଲେ । ଏହାପରେ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ୪ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ଦୁଇ ଜଣ ମହିଳା ଥିବା ଜଣାପଡିଛି । ସେପଟେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣାସ୍ଥଳରେ ସ୍ଥାନୀୟଲୋକ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି । ଏହାସହ ଟାୟାର ଜାଳି ମଧ୍ୟ ଆନ୍ଦୋଳନ ଜାରି ରଖିଛନ୍ତି । ଏବେବି ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ରହିଛି । ଯାହାକୁ ଦୃଷ୍ଟି ରଖି ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି ।