Deb

ରାଜ୍ୟସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

Politics State

ଭୁବନେଶ୍ବର: ଆଜି ରାଜ୍ୟସଭା ଲାଗି ପ୍ରାର୍ଥୀ ଘୋଷଣା କରିଛି ବିଜେଡ଼ି। ୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡ଼ି। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବାରବାଟୀ- କଟକର ପୂର୍ବତନ ବିଧାୟ ହେଉଛନ୍ତି ଦେବାଶିଷ।  ସେହପରି ବର୍ତ୍ତମାନ ବିଜେଡିର ଯୁବ ଉପସଭାପତି ଦାୟିତ୍ବରେ ଅଛନ୍ତି ଶୁଭାଶିଷ ଖୁଣ୍ଟିଆ ।

ସୂଚନା ଅନୁଯାୟୀ, ଆସନ୍ତା ୨୭ତାରିଖରେ ଓଡ଼ିଶା ସମେତ ୧୫ ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ। ଏଥିପାଇଁ ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଭରିପାରିବେ ପ୍ରାର୍ଥୀ । ୧୬ ଫେବ୍ରୁଆରୀରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ୨୦ ଫେବ୍ରୁଆରୀ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି।

୨୭ ତାରିଖ ଦିନ ୯ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ କରାଯିବ। ସେହିଦିନ ଅପରାହ୍ମ ୫ଟାରୁ ଭୋଟ ଗଣତି ଆରମ୍ଭ ହେବ। ଓଡ଼ିଶାର ୩ ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଶ୍ବିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ ହେଉଛି।  ଏବେ ରାଜ୍ୟସଭାରେ ବିଜେଡିର ୯ ଜଣ ସାଂସଦ ରହିଛନ୍ତି।