Gang Rape

ସ୍ୱାମୀକୁ ମଦ ପିଆଇ ମାଡ଼ ମାରି, ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ

Crime State

ବ୍ରହ୍ମଗିରି : ସ୍ବାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ । ବ୍ରହ୍ମଗିରି ଅରଖକୁଦା ମେରାଇନ ଥାନା ଅଞ୍ଚଳରେ ଘଟିଛି ଏଭଳି ଲଜ୍ଜାଜନକ ଘଟଣା । ମହିଳାଙ୍କ ସ୍ଵାମୀଙ୍କ ହାତ ଗୋଡ ବାନ୍ଧି ସ୍ବାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ମେରାଇନ୍ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଜଣକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଗୋପିନାଥପୁର ଅଞ୍ଚଳରେ ଜଣେ ମହିଳାଙ୍କୁ ଗତକାଲି ରାତିରେ ଦୁଇଜଣ ଯୁବକ ଦୁଷ୍କର୍ମ କରିଥିବା ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି । ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି ।