Fogala Gp Re Ama Odisha Nabin Odisha Karjyakrama 1

ଫଗୋଳ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

State

ନିଶ୍ଚିନ୍ତକୋଇଲି :ନିଶ୍ଚିନ୍ତକୋଇଲି ବ୍ଲକ ଫଗୋଳ ପଂଚାୟତ କାର୍ଯ୍ୟାଳୟ ନିକଟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସରପଞ୍ଚ ବୈଷ୍ଣବ ଚରଣ ସାମଲ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରୋଜି ସେଠୀ ଯୋଗଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇଥିଲେ । ଏହି ଅବସରରେ ଅତିଥି ଗଣ ବରିଷ୍ଠ ନାଗରିକ, ଆଶା, ଅଙ୍ଗନୱାଡ଼ି କର୍ମୀ,ଏସଏଚଜି ମହିଳା ମାନଙ୍କୁ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିବା ସହିତ କୃତୀ ଛାତ୍ର ଛାତ୍ରୀମାନଙ୍କୁ ଟ୍ରଫି ଏବଂ ସାର୍ଟିଫିକେଟ ପ୍ରଦାନ କରିଥିଲେ । ଏଥିରେ ସମ୍ମାନୀତ ଅତିଥି ଭାବେ ବିଡିଓ ଧର୍ମରଂଜନ ପଣ୍ଡା, ସିଡିପିଓ ସତ୍ୟଭାମା ବିଶୋଇ, ଉପାଧ୍ୟକ୍ଷ ଅଶୋକ କୁମାର ଓଝା,ବ୍ଲକ ବିଜେଡ଼ି ସଭାପତି ରମାକାନ୍ତ ମହାନ୍ତି, ସମିତିସଭ୍ୟ ନୃସିଂହ ମିଶ୍ର, ବିଜେଡି କୃଷକ ସଂଗଠନର ସଭାପତି ଜ୍ୟୋତି ପ୍ରକାଶ ସ୍ୱାଇଁ,ପୂର୍ବତନ ସରପଞ୍ଚ ହିମାଂଶୁ ପୃଷ୍ଟି,ପଞ୍ଚାୟତ ସଭାପତି ଉମାକାନ୍ତ ନିହାଣ,ଯୁବନେତା ମନୋଜ ସେଠୀ,ହେମନ୍ତ ଦାସ,ସେକ୍ ନିଶାର,ସେକ୍ ତସଲିମ୍ ପ୍ରମୁଖ ଯୋଗଦେଇଥିଲେ । ଶେଷରେ ଅତିଥି ବୃନ୍ଦ ରେସନ କାର୍ଡ଼ ମାଧ୍ୟମରେ ଜନସାଧାରଣଙ୍କୁ ଦୁଇଟି ବ୍ୟାଗ୍ ଏବଂ ୧ହଜାର ଟଙ୍କା ବଣ୍ଟନ କରିଥିଲେ ।