Rs

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ରାଜ୍ୟସଭା ପ୍ରାର୍ଥୀ

State

ଭୁବନେଶ୍ୱର : ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ। ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି ଅଫିସର । ଓଡ଼ିଶାରୁ ତିନୋଟି ଆସନ ଖାଲି ହେଉଥିବା ବେଳେ ତିନି ପ୍ରାର୍ଥୀଙ୍କ ବ୍ୟତୀତ ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଭରିନାହାନ୍ତି। ତେଣୁ ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନିର୍ଦ୍ୱନ୍ଦରେ ନିର୍ବାଚିତ । ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ ଉପସ୍ଥିତିରେ ବିଜେଡିରୁ ଦୁଇ ପ୍ରାର୍ଥୀ ନାମାଙ୍କନ ଭରି ଥିବା ବେଳେ ୧୫ ତାରିଖରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକ ମାନଙ୍କ ସହ ଆସି ନାମାଙ୍କନ ଭରିଥିଲେ ଅଶ୍ୱିନୀ ବୈଷ୍ଣବ ।