Puri New

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Religion and Cult State

ପୁରୀ: ଆସନ୍ତାକାଲି ଅର୍ଥାତ୍ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।

ସୂଚନା ମୁତାବକ, ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ୩ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ ।

ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ ।