Re

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

State

ଭୁବନେଶ୍ୱର: ଏଣିକି ଚିକିତ୍ସାରେ ବାଧକ ସାଜିବନି ଅର୍ଥ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ରାଜ୍ୟବାସୀଙ୍କୁ ଉତ୍ତମ ଓ ଗୁଣବତ୍ତା ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ବଦ୍ଧପରିକର ରାଜ୍ୟ ସରକାର । ଏ ନେଇ ନବୀନ ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁ କରିଛନ୍ତି ।

ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ। ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି।

ସୂଚନାଯୋଗ୍ୟ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ, କ୍ୟଶଲେସ ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ।

କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକରେ ରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୁଜାରୀ ଯୋଗ ଦେଇଥିଲେ। ଗ୍ରାମାଞ୍ଚଳର ସବୁ ବଞ୍ଚିତ ହିତାଧିକାରୀ ଏଥିରେ ସାମିଲ ହୋଇଛନ୍ତି। 5T ହେଉଛି ମୁଖ୍ୟମନ୍ତ୍ରୀଙ୍କ ଓଡିଶାର ଉନ୍ନତି କଳ୍ପନା। ଲୋକଙ୍କୁ ସେବା ଦେବାର କଳ୍ପନା। ଆଜି 5T ମନ୍ତ୍ର ଉପରେ ରାଜ୍ୟାବାସୀଙ୍କ ଆସ୍ଥା ବଢିଛି। ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁଠାରୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇଦେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ, ଏହି ପରିପ୍ରେକ୍ଷୀରେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ BSKY ନବୀନ କାର୍ଡରେ ସାମିଲ କରାଯିବ ବୋଲି ଭକେ ପାଣ୍ଡିଆନ କହିଛନ୍ତି। ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଗ୍ରାମାଞ୍ଚଳର BSKY Card ପାଇବାରୁ ବହୁ ବଞ୍ଚିତ ଲୋକ ସେମାନଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଅନୁରୋଧ କରିଥିଲେ। ପ୍ରତିଟି ଜୀବନ ମୂଲ୍ୟବାନ ଆଦର୍ଶରେ ଅନୁପ୍ରାଣିତ ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ଏହି ନବୀନ କାର୍ଡ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଥିଲେ।