Ewrew

ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଉଦୟ କୁମାର ମହାପାତ୍ର

State

ବାରିପଦା:  ମୟୂରଭଞ୍ଜ ଜିଲ୍ଲାର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ବୁଧବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ଶ୍ରୀ ଉଦୟ କୁମାର ମହାପାତ୍ର। ପୂର୍ବରୁ ଶ୍ରୀ ମହାପାତ୍ର ଅନୁଗୁଳ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଭାବେ କାର୍ଯ୍ୟରତ ଥିଲେ। ଆଜି ଶ୍ରୀ ମହାପାତ୍ରଙ୍କ କାର୍ଯ୍ୟାଳୟରେ ଯୋଗଦାନ ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଉପସ୍ଥିତ ଥିବା ବେଳେ, ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଧେ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଗଣ ଶ୍ରୀ ମହାପାତ୍ରଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ଵକ ସ୍ୱାଗତ ଜଣାଇଥିଲେ। ଜଣେ ଦକ୍ଷ ପ୍ରଶାସକ ଭାବରେ ଓଡିଶାରେ ଖ୍ୟାତି ଲାଭ କରିଥିବା ଶ୍ରୀ ମହାପାତ୍ର ମୟୂରଭଞ୍ଜରେ ମଧ୍ୟ କାର୍ଯ୍ୟ ଦକ୍ଷତା ପ୍ରତିପାଦନ କରିବେ ବୋଲି ଜିଲ୍ଲାପାଳ ଶ୍ରୀ ଶିନ୍ଧେ ଅତିରିକ୍ତ ଜିଲ୍ଲାପାଳଙ୍କୁ ସ୍ୱାଗତ ଜଣାଇ କହିଥିଲେ। ସୂଚନା ଥାଉକି, ପୂର୍ବରୁ ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିବା ଶ୍ରୀ ଅଭିମନ୍ୟୁ ବେହେରା ଙ୍କର ବଦଳି ହୋଇ ଅଛି ଏବଂ ସେ ବର୍ତ୍ତମାନ ଜଗତସିଂହପୁର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଶ୍ରୀ ମହାପାତ୍ରଙ୍କ ଦାୟିତ୍ୱ ଗ୍ରହଣ ସମୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ, ଶ୍ରୀ ରଜନୀକାନ୍ତ ସ୍ୱାଇଁ ଙ୍କ ସମେତ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ନେତ୍ରାନନ୍ଦ ମଲ୍ଲିକ , ଅତିରିକ୍ତ ଜିଲ୍ଲାପାଳ ରାଇରଙ୍ଗପୁର, ଶ୍ରୀ ଦୌଲତ ଚନ୍ଦ୍ରକାର , ବାରିପଦା ଉପଜିଲ୍ଲାପାଳ ଶ୍ରୀ ଈଶ୍ବର ଚନ୍ଦ୍ର ନାୟକ, ବାରିପଦା ଡେପୁଟି କଲେକ୍ଟର (ଇଲେକ୍ସନ), ଶ୍ରୀ ଦୁର୍ଗା ଚରଣ ମୁର୍ମୁ,ଡେପୁଟି କଲେକ୍ଟର, ଶୁଭଙ୍କରୀ ସୁଦେସ୍ନା ଦାଶ , ଡେପୁଟି କଲେକ୍ଟର, ସୁଶ୍ରୀ ବସୁନ୍ଧରା ଭିଟ୍ରିଆ , ଡେପୁଟି କଲେକ୍ଟର, ସୁଶ୍ରୀ ଶ୍ରଦ୍ଧା ସୁମନ , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣି ପ୍ରମୁଖ ଉପସ୍ଥିତ ଥିଲେ।