Cm 1 4

ଦାମୋଦର ରାଉତଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

State

ଭୁବନେଶ୍ୱର  : ଶଙ୍ଖ ଭବନରେ ରହିଛି ଦାମୋଦର ରାଉତଙ୍କ ପାର୍ଥୀବ ଶରୀର । ସେଠାରେ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଫାଇଭ ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ , ବିଧାୟକ ଓ ବରିଷ୍ଠ ନେତା ମାନେ ମଧ୍ୟ ତାଙ୍କର ଶେଷ ଦର୍ଶନ କରିଛନ୍ତି । ବିଧାନସଭା ପରିସରରେ ସ୍ୱର୍ଗତଃ ଦାମୋଦର ରାଉତଙ୍କୁ ଦିଆଯାଇଛି ଗାର୍ଡ ଅଫ୍‌ ଅନର।

ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ଲାଗି ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦାମୋଦର ରାଉତ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି । ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି ।