Chirnjib

ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ

Politics State

ଭୁବନେଶ୍ଵର: ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ଶଙ୍ଖ ଭବନରେ ହଜାର ହଜାର ସମର୍ଥକଙ୍କ ସହ ଆସି ବିଜେଡିରେ ସାମିଲ ହେଲେ ଚିରଞ୍ଜିବୀ । ୨ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଚିରଞ୍ଜିବୀ । ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ଚିରଞ୍ଜୀବ ।

ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ଚିରଞ୍ଜୀବ ହେଉଛନ୍ତି ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ ବିଶ୍ୱାଳଙ୍କ ପୁଅ । ୨୦୦୪ ରୁ ୨୦୦୯ ତିର୍ତ୍ତୋଲ ବିଧାୟକ ଏବଂ ୨୦୧୪ ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଭାବେ କଂଗ୍ରେସ ଗଡ଼ ସମ୍ଭାଳିଥିଲେ ଚିରଞ୍ଜିବୀ । ଏପରିକି ବିଧାନସଭାରେ ବିରୋଧୀ ଦଳର ଉପନେତା ଭାବେ ମଧ୍ୟ କଂଗ୍ରେସ ସ୍ୱରକୁ ଶାଣିତ କରିଥିଲେ ଚିରଞ୍ଜିବୀ । ପ୍ରଦେଶ କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ବି ଥିଲେ ଚିରଞ୍ଜିବୀ ବିଶ୍ୱାଳ ।