Attack

ଦୋଳ ମେଳଣରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

Crime State

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଅନେକ ସ୍ଥାନରେ ଦୋଳ ମେଳନ ଜମୁଛି । ଏହି ସମୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାଲିଅନ୍ତା ଥାନା ବାଳକାଟିରେ ଦୋଳ ମେଳଣ ଚାଲିଥିବାବେଳେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଛି ।

ଠାକୁରଙ୍କ ପ୍ରୋସେସନ ବେଳେ ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରାଯାଇଛି । ଗୁରୁତର ଅବସ୍ଥାରେ ସ୍ଥାନୀୟଲୋକେ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ଗୁରୁତରଙ୍କ ପରିଚୟ ମିଳିପାରିନାହିଁ ।

ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପଚରାଉଚରା କରିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।